Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 51:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ଵରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, “ବାବିଲ ଏକ ଶସ୍ୟ ମର୍ଦ୍ଦନ ଖଳା ସ୍ୱରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।”

Faic an caibideil Dèan lethbhreac




ଯିରିମୀୟ 51:33
15 Iomraidhean Croise  

ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ।


ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।


ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।


ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।


ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।


ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;


ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।


ହେ ସିୟୋନ କନ୍ୟେ, ଉଠ, ଶସ୍ୟମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।


ଶସ୍ୟ ନ କାଟିବା ଯାଏ ଦୁହିଁକୁ ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ।’”


ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ।


Lean sinn:

Sanasan


Sanasan