Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 51:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

35 ସିୟୋନ ନିବାସିନୀ କହିବ, ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ ଓ ଯିରୂଶାଲମ କହିବ, ମୋʼ ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

35 ସିୟୋନ ନିବାସିନୀ କହିବ, ‘ମୋ’ ପ୍ରତି ଓ ମୋ’ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ’ ଓ ଯିରୂଶାଲମ କହିବ, ‘ମୋ’ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।’”

Faic an caibideil Dèan lethbhreac

ପବିତ୍ର ବାଇବଲ

35 ସିୟୋନ ନିବାସୀଗଣ କହିବେ, ମୋ’ ପ୍ରତି ଓ ମୋର ଆତ୍ମା ପ୍ରତି ବାବିଲ ଯେଉଁ ଦୌରାତ୍ମ୍ୟ କରିଛି ତା'ର ଫଳ ସେ ପାଉ।” ଆଉ ଯିରୁଶାଲମ କହିବ, “ମୋର ରକ୍ତପାତର ଫଳ କ‌‌ଲ୍‌‌ଦୀୟମାନଙ୍କ ଉପରେ ପଡ଼ୁ।”

Faic an caibideil Dèan lethbhreac




ଯିରିମୀୟ 51:35
20 Iomraidhean Croise  

ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”


ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।”


କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।


ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ, ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।


ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।


ପୁଣି, ଆମ୍ଭେ ବାବିଲକୁ ଓ କଲ୍‍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।


ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞାଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।


କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।


ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।


ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?


ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍‍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍‍କୁ ଗ୍ରାସ କରୁ।”


ଯେପରି ଯିରୁବ୍ବାଲ୍‍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍‍ ଉପରେ ଏବଂ ଭାଇମାନଙ୍କୁ ବଧ କରିବାରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଙ୍କ ଉପରେ ସେହି ରକ୍ତପାତର ଅପରାଧ ବର୍ତ୍ତେ।


Lean sinn:

Sanasan


Sanasan