Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 51:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ‘ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

51 ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

51 ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ

51 “ଆମ୍ଭେ ଯିହୁଦାବାସୀ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ, ଆମ୍ଭେମାନେ ଅପମାନିତ ହୋଇଅଛୁ। କାରଣ ବିଦେଶୀମାନେ ସଦାପ୍ରଭୁଙ୍କର ମନ୍ଦିର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।”

Faic an caibideil Dèan lethbhreac




ଯିରିମୀୟ 51:51
37 Iomraidhean Croise  

ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।


ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।


ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।


ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।


ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।


ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ?


ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।


ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।


ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।


ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।


ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।


ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’


ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।


ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।


‘ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପ ସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ରକନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।


ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ।


ମଧ୍ୟ ସେମାନେ କଟିଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।


ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରିଯାଇ ନଗର ମଧ୍ୟରେ ସଂହାର କଲେ।


ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍‍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।


ପୁଣି, ଇସ୍‌ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”


କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।


ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।


Lean sinn:

Sanasan


Sanasan