Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 52:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାର ଅଧିକାରର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ତାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲାି।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ପଞ୍ଚମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖ‌ଦ୍‌ନିତ୍ସର ରାଜାର ରାଜତ୍ୱର ଉନବିଂଶ ବର୍ଷରେ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୁଶାଲମକୁ ଆସିଲା।

Faic an caibideil Dèan lethbhreac




ଯିରିମୀୟ 52:12
16 Iomraidhean Croise  

ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।


ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରିଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।


ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।


ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍‍ଦୀୟ ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।


ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବର ସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?”


ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।


ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।


ଆଉ, ଯେଉଁ କଲ୍‍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।


ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,


ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।


ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।


ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;


ଯିହୁଦାର ରାଜା ଯିହୋୟାକୀମ୍‍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।


ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।


Lean sinn:

Sanasan


Sanasan