Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍‍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ହେ ବିନ୍ୟାମୀନ ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୁଶାଲମରୁ ପଳାୟନ କର। ତିକୋୟ ନଗରରେ ତୂରୀ ବଜାଅ ଓ ବୈ‌ଥ୍‌ହକେରମରେ ଧ୍ୱଜା ଟେକ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି।

Faic an caibideil Dèan lethbhreac




ଯିରିମୀୟ 6:1
19 Iomraidhean Croise  

ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;


ସେ ବେଥଲିହିମ, ଐଟମ୍‍, ତକୋୟ,


ପୁଣି, ବେଥ୍-ହକ୍କେରମ୍‍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍‍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା।


ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।


କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ।


ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ।


ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?


ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡ଼େ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।


ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।


ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।


Lean sinn:

Sanasan


Sanasan