Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 6:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ

23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସେମାନେ ଅଶ୍ୱାରୋହଣ କରନ୍ତି। ଆଗୋ ସିୟୋନର କନ୍ୟା, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।”

Faic an caibideil Dèan lethbhreac




ଯିରିମୀୟ 6:23
21 Iomraidhean Croise  

ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।


ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।


ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!


ଆଉ, ଆମ୍ଭେ ମିସରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।


ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।


ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, “ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।


ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।


ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେମାନେ ସମସ୍ତେ ବୀରପୁରୁଷ।


ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।


“ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।”


“ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;


ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍‍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।


ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;


Lean sinn:

Sanasan


Sanasan