Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 6:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

29 ଭାଟି ପ୍ରଚଣ୍ତ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

29 ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

29 ସେମାନେ ଭାଟିକୁ ପ୍ରଚଣ୍ଡରୂପେ ଉତ୍ତପ୍ତ କରି ସେଥିରୁ ସୀସା ଖାଦ ବାହାର କରି ଏହାକୁ ବିଶୁଦ୍ଧ କରିବାକୁ ଚେଷ୍ଟା କରୁଛନ୍ତି। ମାତ୍ର ସେମାନେ ବୃଥା ଚେଷ୍ଟା କରୁଛନ୍ତି କାରଣ ଦୁଷ୍ଟମାନେ ଏଠାରୁ ଉତ୍ପାଟିତ ହେଉ ନାହାନ୍ତି।

Faic an caibideil Dèan lethbhreac




ଯିରିମୀୟ 6:29
12 Iomraidhean Croise  

କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।


ମାତ୍ର ମୁଁ କହିଲି, “ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।”


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରିଯିବ ନାହିଁ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା?


ସେ ପରିଶ୍ରମ କରି କରି ଆପଣାକୁ କ୍ଳାନ୍ତ କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ୱାରା ଯାଏ ନାହିଁ।


ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।


ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;


ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।


Lean sinn:

Sanasan


Sanasan