Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ‘ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର,’ ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ଵାସ କର ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, “ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଥିବା ଲୋକମାନଙ୍କୁ ବିଶ୍ୱାସ କର ନାହିଁ।”

Faic an caibideil Dèan lethbhreac




ଯିରିମୀୟ 7:4
16 Iomraidhean Croise  

ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;


କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ-ସ୍ଥାନ ହେବ?


ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।


କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’”


“ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,


ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।


ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା!


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।


ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।


Lean sinn:

Sanasan


Sanasan