Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ‘ହାୟ ହାୟ, ମୁଁ କʼଣ କରିଅଛି! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ;’ ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କʼଣ କରିଅଛିଣ! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ଵଶ୍ଵାସରେ ଅଶ୍ଵ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କ’ଣ କରିଅଛି ! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଆମ୍ଭେ ସେମାନଙ୍କ କଥା ମନୋଯୋଗ ସହକାରେ ଶୁଣିଲେ ମଧ୍ୟ ସେମାନେ ନ୍ୟାୟକଥା କହିଲେ ନାହିଁ। ସେମାନେ ସେମାନଙ୍କର ପାପଲାଗି ଅନୁତପ୍ତ ନୁହନ୍ତି। ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ପୃଷ୍ଠରେ ଧାବମାନ ହୁଏ ସେମାନେ ସେହିପରି ଆପଣା ଆପଣା ପଥରେ ଦୌଡ଼ନ୍ତି।

Faic an caibideil Dèan lethbhreac




ଯିରିମୀୟ 8:6
24 Iomraidhean Croise  

ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।


କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ‘ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;


ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯଦି ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ?’


ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।


ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।


‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।


ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ?’ ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।”


ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।


ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।


ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।


ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।


ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।


ଆମ୍ଭେ କହିଲୁ, “ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।”


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।


ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।


ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।


ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍‍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


Lean sinn:

Sanasan


Sanasan