ଯିରିମୀୟ 9:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।’” Faic an caibideilପବିତ୍ର ବାଇବଲ (Re-edited) - (BSI)22 କୁହ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ-ମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ। Faic an caibideilଓଡିଆ ବାଇବେଲ22 କୁହ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।” Faic an caibideilପବିତ୍ର ବାଇବଲ22 ଯିରିମିୟ ଏହା କହନ୍ତି, “ସଦାପ୍ରଭୁଙ୍କ ବାକ୍ୟାନୁସାରେ ‘ମନୁଷ୍ୟମାନଙ୍କର ଶବ ଖତପରି କ୍ଷେତ୍ରରେ ପଡ଼ି ରହିବ ଆଉ ଶସ୍ୟ ଚ୍ଛେଦନକାରୀର ଶସ୍ୟ ପଛରେ ପଡ଼ିଲା ପରି ସେମାନେ କ୍ଷେତ୍ରରେ ପଡ଼ି ରହିବେ। କେହି ସେମାନଙ୍କୁ ସଂଗ୍ରହ କରିବାକୁ ନ ଥିବେ।’” Faic an caibideil |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।