Biblia Todo Logo
Bìoball air-loidhne

- Sanasan -




ଯୋହନ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି ତାହାଙ୍କ ଦ୍ଵାରା ସମସ୍ତେ ବିଶ୍ଵାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

7 ସମଗ୍ର ମାନବ ଜାତି ଏହି ସମ୍ବାଦ ଶୁଣି ଯେପରି ବିଶ୍ୱାସ କରିବେ, ସେଥିପାଇଁ ଯୋହନ ଆସିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ସେ ଲୋକମାନଙ୍କୁ ସେହି ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ୟମରେ ଯେପରି ସମସ୍ତଲୋକ ଆଲୋକ ବିଷୟରେ ଶୁଣିପାରିବେ ଓ ବିଶ୍ୱାସ କରିବେ, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।

Faic an caibideil Dèan lethbhreac




ଯୋହନ 1:7
16 Iomraidhean Croise  

“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;


ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।


ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,


ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।


ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍‍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;


ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,


ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।


କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,


ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।


Lean sinn:

Sanasan


Sanasan