Biblia Todo Logo
Bìoball air-loidhne

- Sanasan -




ଯୋହନ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।

Faic an caibideil Dèan lethbhreac

ଓଡିଆ ବାଇବେଲ

7 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

7 କିନ୍ତୁ ମୁଁ ସତ୍ୟ କହୁଛି, ମୋର ଚାଲିଯିବା ତୁମ ପକ୍ଷରେ ମଙ୍ଗଳଜନକ, କାରଣ ମୁଁ ନ ଗଲେ, ସେହି ‘ସହାୟକ’ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ। କିନ୍ତୁ ମୁଁ ଗଲେ, ତାଙ୍କୁ ତୁମ ନିକଟକୁ ପଠାଇ ଦେବି।

Faic an caibideil Dèan lethbhreac

ପବିତ୍ର ବାଇବଲ

7 କିନ୍ତୁ ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ମୋର ଗ୍ଭଲିଯିବା ତୁମ୍ଭମାନଙ୍କ ପାଇଁ ମଙ୍ଗଳଜନକ ଅଟେ। କାରଣ ମୁଁ ଗ୍ଭଲିଗଲା ପରେ, ମୁଁ ତୁମ୍ଭପାଖକୁ ସେହି ସାହାଯ୍ୟକାରୀଙ୍କୁ ପଠାଇବି। କିନ୍ତୁ ଯଦି ମୁଁ ନ ଯାଏ, ତେବେ ସାହାଯ୍ୟକାରୀ ଆସିବେ ନାହିଁ।

Faic an caibideil Dèan lethbhreac




ଯୋହନ 16:7
19 Iomraidhean Croise  

ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।


ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।”


କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।


ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ।


ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।


ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;


ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;


ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।


ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ,


ଅତଏବ, ଈଶ୍ବର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପିତାଙ୍କ ଦ୍ୱାରା ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


Lean sinn:

Sanasan


Sanasan