Biblia Todo Logo
Bìoball air-loidhne

- Sanasan -




ଯୋୟେଲ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ହେ ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭେମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ସମୟରେ କି ଏହା ଘଟିଅଛି?

Faic an caibideil Dèan lethbhreac

ଓଡିଆ ବାଇବେଲ

2 ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି ?

Faic an caibideil Dèan lethbhreac

ପବିତ୍ର ବାଇବଲ

2 ହେ ପ୍ରାଚୀନଗଣ, ତୁମ୍ଭେମାନେ ମୋର ଏହି ବାର୍ତ୍ତା ଶୁଣ। ହେ ସମସ୍ତ ଦେଶବାସୀ, ମୋର କଥା ପ୍ରତି କର୍ଣ୍ଣପାତ କର। ତୁମ୍ଭ ସମୟରେ କି ତୁମ୍ଭ ପିତୃପୁରୁଷଙ୍କ ସମୟରେ ଏପରି କିଛି ଘଟିଅଛି? ନା, ଏହା ଘଟି ନାହିଁ କି ଘଟି ନ ଥିଲା।

Faic an caibideil Dèan lethbhreac




ଯୋୟେଲ 1:2
24 Iomraidhean Croise  

ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।


ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।


କାରଣ ବିନୟ କରୁଅଛି, ପୂର୍ବକାଳୀନ ଲୋକଙ୍କୁ ପଚାର ଓ ସେମାନଙ୍କ ପିତୃଗଣ ଅନୁସନ୍ଧାନ କରି ଯାହା ପାଇଅଛନ୍ତି, ତହିଁରେ ମନୋଯୋଗ କର;


କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।


ଯିଏ ଶୁଣିବାକୁ ଇଚ୍ଛା କରୁଅଛି, ସେ ଶୁଣୁ।”


ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।


ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?


ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।


ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।


“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’


ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,


ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶ ନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।


ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।


ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।


“ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;


ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନସକଳ ପଦାର୍ଥ ଶ୍ରବଣ କରୁ।


ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”


ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,


ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?


ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।


ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।”


Lean sinn:

Sanasan


Sanasan