Biblia Todo Logo
Bìoball air-loidhne

- Sanasan -




ଯୂନସ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇ ଦେଲେ। ମାତ୍ର ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇ ଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଲୋକମାନେ ବୁଡ଼ି ଯାଉଥିବା ନୌକାକୁ ହାଲୁକା କରିବାକୁ ଇଚ୍ଛା କଲେ। ସେମାନେ ନୌକାରେ ବୋଝେଇ ହୋଇଥିବା ମାଲକୁ ସମୁଦ୍ରକୁ ଫିଙ୍ଗିବା ଆରମ୍ଭ କଲେ। ନାବିକମାନେ ଭୟଭୀତ ହୋଇ ପଡ଼ିଲେ। ସମସ୍ତେ ନିଜ ନିଜ ଈଶ୍ୱରଙ୍କୁ ଡାକିବା ଆରମ୍ଭ କଲେ। ମାତ୍ର ଯୂନସ ଜାହାଜ ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।

Faic an caibideil Dèan lethbhreac




ଯୂନସ 1:5
22 Iomraidhean Croise  

ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍‍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍‍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।


ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।


ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।


ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;


ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।


ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।


ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ-ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।”


ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।


ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”


ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ।


ପୁଣି, ସେ ଆସି ପୁନର୍ବାର ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା।


ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।


ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,


ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।


ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।


Lean sinn:

Sanasan


Sanasan