Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବାଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

15 ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦେଇଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବ, ସେମାନେ ସ୍ଥାନ ଅଧିକାର କରିବା ପର୍ଯ୍ୟନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଦେଇଛନ୍ତି। ତା'ପରେ ତୁମ୍ଭେ ଯର୍ଦ୍ଦନର ପୂର୍ବରେ ଅବସ୍ଥିତ ତୁମ୍ଭର ସ୍ୱଦେଶକୁ ଫେରି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମୋଶା ତୁମ୍ଭକୁ ଦେଇଛନ୍ତି।”

Faic an caibideil Dèan lethbhreac




ଯିହୋଶୂୟ 1:15
15 Iomraidhean Croise  

ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।


ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।


ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।


ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”


ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;


ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।


ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ,


ମୋଶା ଯର୍ଦ୍ଦନର ପୂର୍ବପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,


ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ।


ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,


Lean sinn:

Sanasan


Sanasan