Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 10:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, “ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

24 ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ। ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

24 ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ। ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

24 ସେମାନେ ସେହି ରାଜାଗଣଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲେ ଏବଂ ଯିହୋଶୂୟ ତାଙ୍କର ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ସେଠାକୁ ପଠାଇଲେ। ଯିହୋଶୂୟ ତାଙ୍କର ସୈନ୍ୟବାହିନୀର ସମସ୍ତ ସେନାପତିମାନଙ୍କୁ କହିଲେ, ଯେଉଁମାନେ ତାଙ୍କ ସହିତ ଆସିଲେ, “ପାଖକୁ ଆସ ଏବଂ ଏ ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।

Faic an caibideil Dèan lethbhreac




ଯିହୋଶୂୟ 10:24
18 Iomraidhean Croise  

ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।


ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।


ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।


ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।


ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି।


ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।


ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”


ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


ଆଉ “ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ, ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,” ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି?


ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, “ଉଠ, ସେମାନଙ୍କୁ ବଧ କର,” ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।


Lean sinn:

Sanasan


Sanasan