Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 10:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ଵାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

26 ଏହା ପରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚଟା ଗଛ ଡାଳରେ ଟଙ୍ଗାଇଲେ। ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ଗଛରେ ଝୁଲି ରହିଥିଲେ।

Faic an caibideil Dèan lethbhreac




ଯିହୋଶୂୟ 10:26
14 Iomraidhean Croise  

ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”


ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍‍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।


ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ ପୁସ୍ତକରେ ଲେଖାଗଲା।


ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,


ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।


ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”


ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।


ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।


ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍‍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।


ମାତ୍ର ଶାମୁୟେଲ କହିଲେ, “ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ।” ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।


Lean sinn:

Sanasan


Sanasan