Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ କର ନାହିଁ, କାରଣ ମୁଁ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ସେମାନଙ୍କ ମଧ୍ୟରୁ ଜଣେ ହେଲେ, ତୁମ୍ଭର ସମ୍ମୁଖୀନ ହୋଇ ପାରିବେ ନାହିଁ।”

Faic an caibideil Dèan lethbhreac




ଯିହୋଶୂୟ 10:8
16 Iomraidhean Croise  

ଏଥିମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ।’”


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”


ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।


ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।”


ତହୁଁ ଯିହୋଶୂୟ ଅକସ୍ମାତ୍‍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍‍ଗଲ୍‍ଠାରୁ ରାତ୍ରିଯାକ ଚାଲିଥିଲେ।


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।”


ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।


ତେବେ ସଦାପ୍ରଭୁ ତାହାକୁ କହିଲେ, “ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକ ଜଣକୁ ସଂହାର କରୁଅଛ।”


ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।


ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”


Lean sinn:

Sanasan


Sanasan