Biblia Todo Logo
Bìoball air-loidhne

- Sanasan -

ଯିହୋଶୂୟ 11:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

ପବିତ୍ର ବାଇବଲ

21 ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ, ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ହତ୍ୟା କଲେ। ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ନିବାସ କଲେ।

Faic an caibideil Dèan lethbhreac

ଯିହୋଶୂୟ 11:21
18 Iomraidhean Croise  

ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।

ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;

ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।

ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”

ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”

ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।

ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”

ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।

ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ।

ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।

Lean sinn:

Sanasan

Sanasan