Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି ;

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;

Faic an caibideil Dèan lethbhreac

ପବିତ୍ର ବାଇବଲ

16 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମତଳ ଭୂମି ସେମାନଙ୍କର ସୀମା ଥିଲା।

Faic an caibideil Dèan lethbhreac




ଯିହୋଶୂୟ 13:16
18 Iomraidhean Croise  

ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;


ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।


ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।


କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।


ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।


ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ-ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ


ପୁଣି ମୋଶା ରୁବେନ୍‍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।


ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,


ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,


କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।


କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍‍ ଓ ରୁବେନ୍‍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।


ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍‍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?


ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର


Lean sinn:

Sanasan


Sanasan