Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନ-ଗଣର ପିତୃବଂଶୀୟ ପ୍ରଧାନବର୍ଗ,

Faic an caibideil Dèan lethbhreac

ଓଡିଆ ବାଇବେଲ

1 କିଣାନ ଦେଶରେ ଇସ୍ରାଏଲ ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଯାଜକ ଇଲିୟାସର ନୂନର ପୁତ୍ର ଯିହୋଶୂୟ ଏବଂ ଇସ୍ରାଏଲର ସମସ୍ତ ପରିବାରବର୍ଗର ପ୍ରଧାନବର୍ଗ ନିଷ୍ପତ୍ତି ନେଲେ, ଭୂମି କିପରି ଲୋକମାନଙ୍କ ମଧ୍ୟରେ ବଣ୍ଟା ହେବ।

Faic an caibideil Dèan lethbhreac




ଯିହୋଶୂୟ 14:1
10 Iomraidhean Croise  

ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।


ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।


ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶହ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ଆପଣା ଦେଶ ଅଧିକାରସ୍ୱରୂପେ ଦେଲେ।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ;


ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।


ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।


ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;


Lean sinn:

Sanasan


Sanasan