Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 18:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ଵ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବୈଥାବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ସେମାନଙ୍କର ଉତ୍ତର ସୀମା ଯର୍ଦ୍ଦନ ନଦୀଠାରୁ ଆରମ୍ଭ ହେଲା। ଏହାର ସୀମା ଉତ୍ତରରେ ଯିରୀହୋରୁ ଲାଗିଥିଲା। ଏହା ପରେ ଏହାର ସୀମା ପଶ୍ଚିମରେ ପର୍ବତମୟ ଦେଶକୁ ଲାଗିଥିଲା। ଏହାର ସୀମା ପୂର୍ବ ପଟରେ ବୈଥାବନ ପର୍ଯ୍ୟନ୍ତ ଲାଗିଥିଲା।

Faic an caibideil Dèan lethbhreac




ଯିହୋଶୂୟ 18:12
11 Iomraidhean Croise  

ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।


ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।


ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,


ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍‍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।


ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।


ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।


ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।


(ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)


ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍‍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ୱସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, “ଉଠ, ଯାଇ ଦେଶ ଅନୁସନ୍ଧାନ କର;” ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।


ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର-ପଥ ଦେଇ ପଳାୟନ କଲେ।


ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।


Lean sinn:

Sanasan


Sanasan