Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, “ଦେଖ, ଆଜି ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, ଦେଖ, ଆଜ ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏସ୍ଥାନକୁ ଆସିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, ଦେଖ, ଆଜ ରାତ୍ର ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

2 କେହି ଲୋକ ଯିରୀହୋର ରାଜାଙ୍କୁ ଏ କଥା ଜଣାଇଲା, “ଗତ ରାତ୍ରିରେ ଇସ୍ରାଏଲର କେତେକ ଲୋକ ଆମ୍ଭ ଦେଶର ଦୁର୍ବଳତା ଖୋଜିବା ପାଇଁ ଏହି ସ୍ଥାନକୁ ଆସିଲେ।”

Faic an caibideil Dèan lethbhreac




ଯିହୋଶୂୟ 2:2
7 Iomraidhean Croise  

ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।


ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।


ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, “ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।”


ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, “ଯାଇ ଦେଶ ଅନୁସନ୍ଧାନ କର;” ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।


Lean sinn:

Sanasan


Sanasan