Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ-ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ-ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ତହିଁରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତେଣୁ ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧେକ ବଂଶଧରର ଲୋକମାନେ ଇସ୍ରାଏଲ ବଂଶଧରଙ୍କଠାରୁ ବିଦାୟ ନେଲେ। କିଣାନ ଦେଶ ଅନ୍ତର୍ଗତ ଶୀଲୋଠାରେ ସେମାନେ ଥିଲେ। ସେମାନେ ସେ ସ୍ଥାନ ଛାଡ଼ି ଗିଲିୟଦକୁ ଗଲେ। ସେମାନେ ସେଠାରୁ ତାଙ୍କ ସ୍ୱଭୂମିକୁ ଗଲେ ଯାହାକି ମୋଶା ସେମାନଙ୍କୁ ଦେଇଥିଲେ। ସଦାପ୍ରଭୁ ମୋଶାଙ୍କୁ ମଧ୍ୟ ସେ ଭୂମି ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

Faic an caibideil Dèan lethbhreac




ଯିହୋଶୂୟ 22:9
19 Iomraidhean Croise  

ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।


ପୁଣି, ପୂର୍ବ ଦିଗରେ ସେ ଫରାତ୍‍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।


ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।


ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।


ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,


ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।


ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।


ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।


ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।


ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”


ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;


ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,


ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।


ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।


ପୁଣି ଯେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।


ଏଥିଉତ୍ତାରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।


ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।


Lean sinn:

Sanasan


Sanasan