Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 23:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

15 ସଦାପ୍ରଭୁ ପରମେଶ୍ୱର ଯେଉଁସବୁ ପ୍ରତିଜ୍ଞା ଆମ୍ଭ ସହିତ କରିଥିଲେ, ତାହା ସବୁ ଏବେ ସଫଳ ହେଉଛି। କିନ୍ତୁ ଠିକ୍ ସେହିପରି ସଦାପ୍ରଭୁ ଅନ୍ୟ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସତ୍ୟ ହେବାକୁ ଯାଉଛି। ସେ ପ୍ରତିଜ୍ଞା କରିଛନ୍ତି ଯଦି ତୁମ୍ଭେ ଭୁଲ୍ କର, ତେବେ ତୁମ୍ଭ ପ୍ରତି ସବୁ ମନ୍ଦଫଳ ଘଟିବ। ସେ ଦେଇଥିବା ଉତ୍ତମ ଦେଶରୁ ତୁମ୍ଭକୁ ଦୂରକୁ ନେଇଯିବେ।

Faic an caibideil Dèan lethbhreac




ଯିହୋଶୂୟ 23:15
18 Iomraidhean Croise  

କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।


“ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ।


ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।


ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”


ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶ ବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।


ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍‍ର ରାଜା କୂଶନ୍-ରିଶୀୟାଥୟିମ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍‍-ରିଶୀୟାଥୟିମ୍‍ର ସେବା କଲେ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।


Lean sinn:

Sanasan


Sanasan