Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 24:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକୁ ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକି ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକି ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ସଦାପ୍ରଭୁ ଆମ୍ଭମାନଙ୍କୁ ସହାୟ ହେଲେ, ସେମାନଙ୍କୁ ପରାସ୍ତ କରିବା ପାଇଁ, ଯେଉଁମାନେ ଏହି ଦେଶରେ ବାସ କରୁଥିଲେ। ସଦାପ୍ରଭୁ ଏହି ଦେଶନିବାସୀ ଇମୋରୀୟମାନଙ୍କୁ ମଧ୍ୟ ପରାସ୍ତ କରିଛନ୍ତି, ଯେଉଁଠାରେ ଆମ୍ଭେ ବର୍ତ୍ତମାନ ବାସ କରୁଅଛୁ। ତେଣୁ ଆମ୍ଭେ ସଦାପ୍ରଭୁଙ୍କୁ ସେବା କରିବା ଉଚିତ୍, ଯେହେତୁ ସେ ହେଉଛନ୍ତି ଆମ୍ଭର ସଦାପ୍ରଭୁ ପରମେଶ୍ୱର।”

Faic an caibideil Dèan lethbhreac




ଯିହୋଶୂୟ 24:18
13 Iomraidhean Croise  

ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।


ପୁଣି, ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”


ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।


ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”


ଆଉ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ତାହା ପ୍ରାପ୍ତ ହୋଇ, ଈଶ୍ବର ସେମାନଙ୍କ ସମ୍ମୁଖରୁ ଯେଉଁ ଜାତିମାନଙ୍କୁ ବାହାର କରିଦେଲେ, ସେହି ଜାତିମାନଙ୍କ ଅଧିକାରରେ ସେମାନେ ଯିହୋଶୂୟଙ୍କ ନେତୃତ୍ତ୍ୱରେ ପ୍ରବେଶ କରି ତାହା ଦାଉଦଙ୍କ ସମୟ ପର୍ଯ୍ୟନ୍ତ ରଖିଲେ।


ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।


ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ।


ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।


ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।


Lean sinn:

Sanasan


Sanasan