Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍‍, ଊର୍ଦ୍ଧ୍ୱସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍, ଊର୍ଦ୍ଧ୍ଵ ସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍‍, ଉର୍ଦ୍ଧ୍ୱ ସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ଯେତେବେଳେ ଯାଜକଗଣ ସମଗ୍ର ଜଗତର ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବହନ କରି ଯର୍ଦ୍ଦନ ନଦୀରେ ପ୍ରବେଶ କରିବେ, ଯର୍ଦ୍ଦନର ପ୍ରବାହ ବନ୍ଦ ହୋଇଯିବ। ଯର୍ଦ୍ଦନର ପାଣିସବୁ ରୋକିବ ଓ ଗୋଟିଏ ରାଶି ହୋଇ ସ୍ଥଗିତ ରହିବ।”

Faic an caibideil Dèan lethbhreac




ଯିହୋଶୂୟ 3:13
13 Iomraidhean Croise  

ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।


ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।


ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।


ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।


ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।


କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।


ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”


ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।


ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’”


Lean sinn:

Sanasan


Sanasan