Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 (ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

24 (ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ସର୍ବଦା ଭୟ କରି ପାରିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

24 (ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

24 ସଦାପ୍ରଭୁ ଏହିପରି କଲେ, କାରଣ ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁ ଶକ୍ତିଶାଳୀ ବୋଲି ଜାଣି ପାରିବେ, ସେଥିପାଇଁ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସର୍ବଦା ଭୟ ଓ ସମ୍ମାନ କରିବ।”

Faic an caibideil Dèan lethbhreac




ଯିହୋଶୂୟ 4:24
24 Iomraidhean Croise  

ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ସେମାନେ ତୁମ୍ଭଙ୍କୁ ଭୟ କରିବେ।


ତହିଁରେ ସଦାପ୍ରଭୁ ଯେ ପରମେଶ୍ୱର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।


ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”


ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”


ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।


ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?


ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।


ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।


ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?


ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।


ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି।


ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।


ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।


ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।


Lean sinn:

Sanasan


Sanasan