Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବ, ପୁଣି ‘ତୁମ୍ଭମାନଙ୍କର ଏସବୁ ପଥର କʼଣ?’ ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,

Faic an caibideil Dèan lethbhreac

ଓଡିଆ ବାଇବେଲ

6 ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କ’ଣ ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ

6 ସେହି ଶିଳାଗୁଡ଼ିକ ତୁମ୍ଭମାନଙ୍କର ଏକ ପ୍ରତୀକ ହୋଇ ରହିବ। ଭବିଷ୍ୟତରେ ଯେତେବେଳେ ତୁମ୍ଭର ପିଲାମାନେ ଉତ୍ସୁକ ହୋଇ ତୁମ୍ଭକୁ ପଗ୍ଭରିବେ, ‘ଏହି ପଥରଗୁଡ଼ିକ ତୁମ୍ଭ ପାଇଁ କ’ଣ?’

Faic an caibideil Dèan lethbhreac




ଯିହୋଶୂୟ 4:6
19 Iomraidhean Croise  

ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।


ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।


ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,


ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।


“ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ‘ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମବାର ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।


ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।


କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”


ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ।


ପୁଣି, ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କର; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତାହାସବୁ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନସ୍ୱରୂପ ହେବ।


ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”


କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।”


ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।


ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।’


ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,


ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;


Lean sinn:

Sanasan


Sanasan