Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଆମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ ନଦୀର ଜଳ କିପରି ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମପାରିସ୍ଥିତ ଇମୋରୀୟ ରାଜାଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ-ଜଳ କିରୂପେ ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମୋରୀୟ ରାଜଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ-ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ଆମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ ନଦୀର ଜଳ କିପରି ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମପାରିସ୍ଥିତ ଇମୋରୀୟ ରାଜାଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଇସ୍ରାଏଲର ଲୋକମାନେ ନଦୀ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଯର୍ଦ୍ଦନ ନଦୀକୁ ଶୁଷ୍କ ରଖିଲେ। ଯେତେବେଳେ ଯର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମୋରୀୟ ରାଜାମାନେ ଓ ଭୂମଧ୍ୟ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାମାନେ ଏହା ଶୁଣିଲେ, ସେତେବେଳେ ସେମାନଙ୍କର ହୃଦୟ ତରଳି ଗଲା ଓ ଇସ୍ରାଏଲୀୟମାନଙ୍କୁ ସମ୍ମୁଖୀନ ହେବା ସକାଶେ ସେମାନେ ସେମାନଙ୍କର ସାହସ ହରାଇଲେ।

Faic an caibideil Dèan lethbhreac




ଯିହୋଶୂୟ 5:1
32 Iomraidhean Croise  

ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।


ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”


ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍‍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)


ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।


ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।


ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।


ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।


ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।


ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା।


ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।


ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।


ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”


ତଥାପି ମନଃଶିର ସନ୍ତାନଗଣ ସେହି ସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।


ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହ ରଥ ଥିଲେ ହେଁ ଓ ସେମାନେ ପରାକ୍ରାନ୍ତ ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ।”


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”


ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।


ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବା ଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।


ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”


ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?”


ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ?


ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।


ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।


ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହି ସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।


Lean sinn:

Sanasan


Sanasan