Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧମଧୁପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।

Faic an caibideil Dèan lethbhreac




ଯିହୋଶୂୟ 5:6
20 Iomraidhean Croise  

ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ଆହୁରି ମଧ୍ୟ ସର୍ବ ଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;


ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;


ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।


ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;


ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।


ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,


କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।


ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”


ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।


ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।


ବାହାରି ଆସିଥିବା ସମସ୍ତ ଲୋକ ସୁନ୍ନତ ହୋଇଥିଲେ; ମାତ୍ର ମିସରରୁ ବାହାରି ଆସୁ ଆସୁ ଯେତେ ଲୋକ ବାଟରେ ପ୍ରାନ୍ତର ମଧ୍ୟରେ ଜନ୍ମିଥିଲେ, ସେମାନଙ୍କର ସୁନ୍ନତ ହୋଇ ନ ଥିଲା।


ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।


Lean sinn:

Sanasan


Sanasan