ଯିହୋଶୂୟ 7:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ ଉପତ୍ୟକା ବୋଲି ଖ୍ୟାତ ଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)26 ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛିନ୍ତଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ (ଦୁଃଖ) ଉପତ୍ୟକା ବୋଲି ଖ୍ୟାତ ଅଛି। Faic an caibideilଓଡିଆ ବାଇବେଲ26 ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ ଉପତ୍ୟକା ବୋଲି ଖ୍ୟାତ ଅଛି। Faic an caibideilପବିତ୍ର ବାଇବଲ26 ଆଖନ୍କୁ ପୋଡ଼ି ସାରିବା ପରେ ତାହାକୁ ପଥରରେ ପୋତି ଦେଲେ, ସେହି ପଥର ଗଦା ଆଜି ପର୍ଯ୍ୟନ୍ତ ସେଠାରେ ଅଛି। ଯେହେତୁ ସଦାପ୍ରଭୁ ଆଖନ୍କୁ ସେଠାରେ ଏପରି ଦୁଃଖ ଦେଲେ, ସେଥିପାଇଁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ଆଖୋର ଉପତ୍ୟକା ନାମରେ ପରିଚିତ। ଏହା ପରେ ସଦାପ୍ରଭୁ ଇସ୍ରାଏଲବାସୀଙ୍କ ଉପରୁ କ୍ରୋଧରୁ ନିବୃତ୍ତ ହୋଇ ଶାନ୍ତ ହେଲେ। Faic an caibideil |
ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏହି ବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ।”
ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।