Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି ଯିହୋଶୂୟ କହିଲେ, “ହାୟ ହାୟ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥାʼନ୍ତୁ!

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ଯିହୋଶୂୟ କହିଲେ, ହାୟ ହାୟ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥାʼନ୍ତୁ!

Faic an caibideil Dèan lethbhreac

ଓଡିଆ ବାଇବେଲ

7 ପୁଣି ଯିହୋଶୂୟ କହିଲେ, ହାୟ ହାୟ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥା’ନ୍ତୁ !

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଯିହୋଶୂୟ କହିଲେ, “ହେ ମୋର ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର ହେବାକୁ ଦେଲ? କ’ଣ ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ବିନାଶ କରିବାକୁ, ଏହା କଲ? ଆହା ଯଦି ଆମ୍ଭେମାନେ ଯର୍ଦ୍ଦନ ସେପାରିରେ ରହିଥା’ନ୍ତୁ।

Faic an caibideil Dèan lethbhreac




ଯିହୋଶୂୟ 7:7
19 Iomraidhean Croise  

ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”


ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”


ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”


ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”


‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।’


ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ୱାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରିଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”


ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।”


ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।


ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;


ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।


ହେ ପ୍ରଭୋ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।


ପୁଣି ଇସ୍ରାଏଲ-ସନ୍ତାନଗଣ ଉଠିଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା?” ତହିଁରେ ସଦାପ୍ରଭୁ କହିଲେ, “ତାହା ବିରୁଦ୍ଧରେ ଯାଅ।”


ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”


Lean sinn:

Sanasan


Sanasan