Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଏହା ପରେ ସଦାପ୍ରଭୁ ଯିହୋଶୂୟକୁ କହିଲେ, “ଭୟ କର ନାହିଁ। ନିରାଶ ହୁଅ ନାହିଁ। ତୁମ୍ଭର ସମସ୍ତ ସୈନ୍ୟଙ୍କ ସହିତ ଅୟକୁ ଯାତ୍ରା କର। ମୁଁ ତୁମ୍ଭର ସହାୟ ହେବି, ଅୟର ରାଜାଙ୍କୁ ପରାସ୍ତ କରିବା ପାଇଁ। ମୁଁ ତୁମ୍ଭକୁ ସେହି ନଗର, ଏହାର ରାଜା ଓ ଏହାର ଲୋକମାନଙ୍କୁ ତୁମ୍ଭକୁ ହସ୍ତାନ୍ତର କରିବି।

Faic an caibideil Dèan lethbhreac




ଯିହୋଶୂୟ 8:1
24 Iomraidhean Croise  

ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?


କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।


ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍‍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।


ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;


ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।


ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।


ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”


ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି;


ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍‍ଗଲ୍‍ରୁ ଯାତ୍ରା କଲେ।


ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”


ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, “ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।”


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।


କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”


Lean sinn:

Sanasan


Sanasan