Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା।” ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା। ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା। ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ନିଜର ବର୍ଚ୍ଛା ଅୟ ନଗର ଆଡ଼କୁ ବିସ୍ତାର କର।” ଯେହେତୁ ମୁଁ ତୁମ୍ଭକୁ ସେହି ନଗର ହସ୍ତାନ୍ତର କରିବି। ତେଣୁ ଯିହୋଶୂୟ ନିଜର ବର୍ଚ୍ଛା ନଗର ଆଡ଼କୁ ବିସ୍ତାର କଲେ।

Faic an caibideil Dèan lethbhreac




ଯିହୋଶୂୟ 8:18
14 Iomraidhean Croise  

କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;


ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍‍ଝନ୍‍ ଶବ୍ଦ କରେ।


ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ‘ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।’”


ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍‍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ।


ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।


କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ।


ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।


ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।


ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, “ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।


ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।


Lean sinn:

Sanasan


Sanasan