Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍‍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍‍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ତୁମ୍ଭେ ଅୟ ପ୍ରତି ସେହିପରି କର ଯେପରି ତୁମ୍ଭେ ଯିରୀହୋ ଓ ତା'ର ରାଜା ପ୍ରତି କରିଥିଲ। ମାତ୍ର ଏଥର ତୁମ୍ଭେ ଆପଣା ପାଇଁ ସେମାନଙ୍କର ଧନ, ସମ୍ପଦ ଓ ପଶୁମାନଙ୍କୁ, ତୁମ୍ଭମାନଙ୍କ ଭିତରେ ବାଣ୍ଟି ନେବ। ବର୍ତ୍ତମାନ କିଛି ସୈନ୍ୟଗଣଙ୍କୁ ନଗର ପଛପଟେ ଲୁଗ୍ଭଇ ରଖ।”

Faic an caibideil Dèan lethbhreac




ଯିହୋଶୂୟ 8:2
27 Iomraidhean Croise  

ତଥାପି ଯାରବୀୟାମ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ।


ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ।


ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।


ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।


ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।


ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।


ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।


କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।


ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ, ବାଳକମାନଙ୍କୁ, ପଶୁମାନଙ୍କୁ ଓ ନଗରର ସର୍ବସ୍ୱ ଆପଣା ନିମନ୍ତେ ଲୁଟ ସ୍ୱରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”


ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍‍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।


ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।


ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।


ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।


ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।


ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ।


ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।


ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରିଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।


ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ।


ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।


ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି।”


ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।


ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍‍ ନିବାସୀମାନେ ଶୁଣିଲେ,


Lean sinn:

Sanasan


Sanasan