Biblia Todo Logo
Bìoball air-loidhne

- Sanasan -




ବିଳାପ 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ଲୋକମାନେ ମୋହର ଦୀର୍ଘନିଶ୍ଵାସ ଶୁଣିଅଛନ୍ତି; ମୋତେ ସାନ୍ତ୍ଵନା କରିବାକୁ କେହି ନାହିଁ; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋ’ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

21 “ମୋ’ କଥା ଶୁଣ, ମୁଁ ବିଳାପ କରୁଛି। ମୋତେ ସାନ୍ତ୍ୱନା ଦେବାକୁ କେହି ନାହିଁ। ମୋର ଶତ୍ରୁମାନେ ମୋର ବିପଦକଥା ଶୁଣି ଆନନ୍ଦିତ। ସେମାନେ ଖୁସୀ, କାରଣ ତୁମ୍ଭେ ମୋ’ ପ୍ରତି ତାହା ଘଟାଇଛ। ତୁମ୍ଭେ କହିଥିଲ ଏକ ସମୟରେ ମୋର ଶତ୍ରୁମାନେ ଦଣ୍ଡିତ ହେବେ। ବର୍ତ୍ତମାନ ସେମାନଙ୍କୁ ମୋ’ ତୁଲ୍ୟ କରନ୍ତୁ।

Faic an caibideil Dèan lethbhreac




ବିଳାପ 1:21
37 Iomraidhean Croise  

ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;


ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।


କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”


ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,


ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।


ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।


ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।


ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।


ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।


ପୁଣି, ଆମ୍ଭେ ବାବିଲକୁ ଓ କଲ୍‍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।


ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।


ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।


ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।


ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞାଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।


ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।


ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।


ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?


ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍‍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।


“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’


ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।


ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।


Lean sinn:

Sanasan


Sanasan