Biblia Todo Logo
Bìoball air-loidhne

- Sanasan -




ବିଳାପ 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞାଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞା ଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପ କର; କାରଣ ମୋହର ଦୀର୍ଘ ନିଶ୍ଵାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞା-ଲଙ୍ଘନ ସକାଶୁ ମୋ’ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

22 “ଆଉ ଦେଖ, ମୋର ଶତ୍ରୁଗଣ କିପରି ଦୁଷ୍ଟତାରେ ପରିପୂର୍ଣ୍ଣ। ମୋର ଅଧର୍ମ ଯୋଗୁଁ ମୋ’ ପ୍ରତି ଯେଉଁପରି ବ୍ୟବହାର କରିଥିଲ, ସେମାନଙ୍କ ପ୍ରତି ସେହି ପ୍ରକାର କର। କାରଣ ମୁଁ ଅନେକ ଥର ବିଳାପ କରୁଛି ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।”

Faic an caibideil Dèan lethbhreac




ବିଳାପ 1:22
16 Iomraidhean Croise  

ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।


ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।


ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;


ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।


ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।


ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।


ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”


ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।


ସେ ଊର୍ଦ୍ଧ୍ୱରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।


ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।


କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ?”


ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ।


ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?


Lean sinn:

Sanasan


Sanasan