Biblia Todo Logo
Bìoball air-loidhne

- Sanasan -




ବିଳାପ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ଯିରୁଶାଲମ ଅତିଶୟ ପାପ କରିଅଛି, ଏଣୁ ସେ ନଗର ଧ୍ୱଂସପ୍ରାପ୍ତ ହୋଇଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସେମାନେ ତାକୁ ଘୃଣା କରୁଛନ୍ତି। କାରଣ ସେମାନେ ତାକୁ ଗାଳି ଦିଅନ୍ତି। ଯିରୁଶାଲମ ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛି ଓ ପଛକୁ ମୁଖ ଫେରାଉଅଛି।

Faic an caibideil Dèan lethbhreac




ବିଳାପ 1:8
33 Iomraidhean Croise  

ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।


ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍‍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;


ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;


ତହିଁରେ ଲୋକମାନେ ଉତ୍ତର କରିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।’”


ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।


ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।


ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।


ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”


ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।


ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।


ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।


ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।


ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।


ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।


ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ୍ଗ ଦ୍ୱାରା ହତ ହେଲେ।


ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।


ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


Lean sinn:

Sanasan


Sanasan