Biblia Todo Logo
Bìoball air-loidhne

- Sanasan -




ବିଳାପ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍ କରିଅଛନ୍ତି; ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ପ୍ରଭୁ ଯାକୁବର ସକଳ ବାସ ସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସଦାପ୍ରଭୁ ଯାକୁବର ସକଳ ବାସସ୍ଥାନ ଧ୍ୱଂସ କରିଛନ୍ତି। ସେ ତାହା ପ୍ରତି ଦୟା କରି ନାହାନ୍ତି। ସେ ଆପଣା କ୍ରୋଧରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗଗୁଡ଼ିକୁ ଉତ୍ପାଟନ କରିଛନ୍ତି। ସଦାପ୍ରଭୁ ତାହାର ରାଜ୍ୟ ଓ ତା'ର ଅଧିପତିମାନଙ୍କୁ ଭୂମିସାତ୍ କରିଛନ୍ତି।

Faic an caibideil Dèan lethbhreac




ବିଳାପ 2:2
32 Iomraidhean Croise  

ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”


ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।


ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।


କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।


ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।


ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍‍ କରି ଧୂଳିରେ ମିଶାଇ ଅଛନ୍ତି।


ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।


ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।


ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”


“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”


ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’


ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।


ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।


ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।


ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।


ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।


ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।


ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।


ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”


ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”


ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା।


ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”


ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’


(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);


ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗର-ଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗର-ଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।


କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।


Lean sinn:

Sanasan


Sanasan