Biblia Todo Logo
Bìoball air-loidhne

- Sanasan -




ବିଳାପ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରି ପକାଇଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରି ପକାଇ-ଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ଵଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ସଦାପ୍ରଭୁ ଶତ୍ରୁ ପାଲଟିଛନ୍ତି। ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି। ସେ ତା'ର ସମସ୍ତ ଅଟ୍ଟାଳିକା ଓ ସମସ୍ତ ଦୁର୍ଗକୁ ଧ୍ୱଂସ କରିଅଛନ୍ତି। ଆଉ ସେ ଯିହୁଦା କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।

Faic an caibideil Dèan lethbhreac




ବିଳାପ 2:5
17 Iomraidhean Croise  

ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?


ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି।


ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।


ପଥ ଦେଇ ଯିବା ଲୋକ ସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।


ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।


ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁ ସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହି ସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।


ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।


ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।


ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।


ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।


ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?


Lean sinn:

Sanasan


Sanasan