Biblia Todo Logo
Bìoball air-loidhne

- Sanasan -




ବିଳାପ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ସେ ଉଦ୍ୟାନସ୍ଥ ତମ୍ଵୁ ପରି ଆପଣା ଆବାସ-ତମ୍ଵୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ତତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ସଦାପ୍ରଭୁ ଉଦ୍ୟାନସ୍ଥ ତମ୍ବୁ ପରି ସେମାନଙ୍କର ଆବାସ କୁଡ଼ିଆକୁ ନଷ୍ଟ କରି ଦେଇଛନ୍ତି। ସେ ଆପଣା ସାମାଜିକ ଉପାସନା ସ୍ଥାନକୁ ନଷ୍ଟ କରିଦେଇଅଛନ୍ତି। ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମ ଦିନ ବିସ୍ତୃତ କରାଇ ଅଛନ୍ତି। ଆଉ ଆପଣା ପ୍ରଚଣ୍ଡ କ୍ରୋଧରେ ରାଜା ଓ ଯାଜକମାନଙ୍କୁ ତୁଚ୍ଛ କରିଛନ୍ତି।

Faic an caibideil Dèan lethbhreac




ବିଳାପ 2:6
25 Iomraidhean Croise  

ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।


ମଧ୍ୟ ଶାଲେମ୍‍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।


କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି?


ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।


ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।


ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।


ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।


ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;


ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।


ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।


ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।


ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’”


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।


ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।


ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।


ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।


ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।


ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।


ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।


କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।


ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।


ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।


ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।”


Lean sinn:

Sanasan


Sanasan