Biblia Todo Logo
Bìoball air-loidhne

- Sanasan -




ବିଳାପ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡ଼ିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତି ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ସଦାପ୍ରଭୁ ଆପଣା ଯଜ୍ଞବେଦି ଓ ପବିତ୍ର ଉପାସନା ସ୍ଥାନକୁ ଦୂର କରିଛନ୍ତି। ସେ ତା'ର ମନ୍ଦିରର ପ୍ରାଚୀରକୁ ନିଜର ଶତ୍ରୁମାନଙ୍କୁ ଦେଇଛନ୍ତି। ଶତ୍ରୁଗଣ ଉତ୍ସବ ଦିନ ଅତି ଆନନ୍ଦରେ ସଦାପ୍ରଭୁଙ୍କ ମନ୍ଦିରରେ ଧ୍ୱନି କରୁଛନ୍ତି।

Faic an caibideil Dèan lethbhreac




ବିଳାପ 2:7
31 Iomraidhean Croise  

ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।


ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।


ହେ ସଦାପ୍ରଭୋ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିରକାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।


‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁ ସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହି ସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।


“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’


ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”


ଆଉ, ଯେଉଁ କଲ୍‍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।


ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।


ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।


ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।


ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।


ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।


ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।


‘ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପ ସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ରକନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।


ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।


ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।


ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।


ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”


ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।


“ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”


Lean sinn:

Sanasan


Sanasan