Biblia Todo Logo
Bìoball air-loidhne

- Sanasan -




ବିଳାପ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଙ୍କଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକାବେଳେ ନିସ୍ତେଜ ହେଉଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଛନ୍ତି। ସେ ମାପସୂତା ଧରିଛନ୍ତି ଓ ବିନାଶ କାରଣରୁ ତାଙ୍କ ହସ୍ତ ନିବୃତ୍ତ କରି ନାହାନ୍ତି। ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇ ଅଛନ୍ତି। ସେମାନେ ଏକାବେଳକେ ନିସ୍ତେଜ ହୋଇଛନ୍ତି।

Faic an caibideil Dèan lethbhreac




ବିଳାପ 2:8
17 Iomraidhean Croise  

ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।


ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।


ତୁମ୍ଭ ହସ୍ତ ମୋʼ ଠାରୁ ଦୂରକୁ କାଢ଼ି ନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ।


କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।


ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।”


ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।


ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।


ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;


“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।


ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।


ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।


ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।


ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।


ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।


ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।


Lean sinn:

Sanasan


Sanasan