Biblia Todo Logo
Bìoball air-loidhne

- Sanasan -




ବିଳାପ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍‍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ତାହାର ନଗର-ଦ୍ଵାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ତ ଖଣ୍ତ କରିଅଛନ୍ତି;ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ତାହାର ନଗର-ଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍‍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପା’ନ୍ତି ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତାହାର ନଗରଦ୍ୱାର ସବୁ ଭୂମିସାତ୍ ହୋଇଅଛି, ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ ହୋଇଗଲା। ତା'ର ରାଜାମାନେ ଓ ରାଜକୁମାରୀମାନେ ଅନ୍ୟ ଗୋଷ୍ଠୀ ମଧ୍ୟରେ ଅଛନ୍ତି, ତା'ର ସନ୍ତାନମାନଙ୍କ ପାଇଁ ଶିକ୍ଷା ନାହିଁ। ତା'ର ଭବିଷ୍ୟ‌ଦ୍‌ବକ୍ତାଗଣ କୌଣସି ଦର୍ଶନ। ସଦାପ୍ରଭୁଙ୍କଠାରୁ ପାଇ ନାହାନ୍ତି।

Faic an caibideil Dèan lethbhreac




ବିଳାପ 2:9
27 Iomraidhean Croise  

ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।


ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।


ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।”


ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍‍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।


ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।


ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,


ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।


ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।


ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।


ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।


ଲୋକେ ସେମାନଙ୍କୁ ଡାକି କହିଲେ, “ହେ ଅଶୁଚି ଲୋକମାନେ, ଦୂର ହୁଅ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ!” ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, “ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।”


ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।


ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍‍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।


ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା।


ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍‍ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ।


ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।


କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”


ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।


ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।


ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।


Lean sinn:

Sanasan


Sanasan