Biblia Todo Logo
Bìoball air-loidhne

- Sanasan -




ବିଳାପ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧ ପାନ କରାନ୍ତି; ମୋʼ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧପାନ କରାନ୍ତି; ମୋʼ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧପାନ କରାନ୍ତି; ମୋ’ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଏପରିକି ଶୃଗାଳମାନେ ନିଜ ନିଜ ଛୁଆମାନଙ୍କୁ ସ୍ତନ୍ୟପାନ କରାନ୍ତି। ମାତ୍ର ଯିରୁଶାଲମ କନ୍ୟା ମରୁଭୂମିର ଓଟପକ୍ଷୀ ପରି ନିଷ୍ଠୁର ହୋଇଛନ୍ତି।

Faic an caibideil Dèan lethbhreac




ବିଳାପ 4:3
14 Iomraidhean Croise  

ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।”


ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।


ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ।


“ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।


ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’


ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?


ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।


ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।


ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।


ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି।


Lean sinn:

Sanasan


Sanasan