Biblia Todo Logo
Bìoball air-loidhne

- Sanasan -




ବିଳାପ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ଵା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟୀ ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ତୃଷା ହେତୁ, ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଛି। ପିଲାମାନେ ରୋଟୀ ମାଗନ୍ତି, ମାତ୍ର କେହି ସେମାନଙ୍କୁ ରୋଟୀ ଦିଅନ୍ତି ନାହିଁ।

Faic an caibideil Dèan lethbhreac




ବିଳାପ 4:4
12 Iomraidhean Croise  

ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”


ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।


ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ।


ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।


ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି।


ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।


ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।


ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।


ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।


ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।


Lean sinn:

Sanasan


Sanasan