Biblia Todo Logo
Bìoball air-loidhne

- Sanasan -




ବିଳାପ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଅଧିପତିମାନେ ସେମାନଙ୍କ ହସ୍ତ ଦ୍ଵାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ସେମାନେ ଆମ୍ଭମାନଙ୍କ ଅଧିପତିମାନଙ୍କୁ ଫାଶି ଦେଲେ। ଆମ୍ଭମାନଙ୍କ ପ୍ରାଚୀନବର୍ଗଙ୍କୁ ସମ୍ମାନ ଦେଲେ ନାହିଁ।

Faic an caibideil Dèan lethbhreac




ବିଳାପ 5:12
8 Iomraidhean Croise  

ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।


ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।


ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?


ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।


ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।


Lean sinn:

Sanasan


Sanasan