Biblia Todo Logo
Bìoball air-loidhne

- Sanasan -




ବିଳାପ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ, ମିଶରୀୟ ଓ ଅଶୂରୀୟମାନଙ୍କ ସହିତ ଚୁକ୍ତିବଦ୍ଧ ହୋଇଅଛୁ।

Faic an caibideil Dèan lethbhreac




ବିଳାପ 5:6
15 Iomraidhean Croise  

ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;


ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।


ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।


ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।


କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।


ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।


ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।


ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।


ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।


Lean sinn:

Sanasan


Sanasan