Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ଆଉ ଯେବେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀଗଣ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ ଘୁଘୁ ଅବା କାପ୍ତାଛୁଆ ମଧ୍ୟରୁ ତାହା ନେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

14 ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମ ବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

14 “ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ପକ୍ଷୀ ବଳି ଉତ୍ସର୍ଗ କରିବ, ତେବେ ତାହା କପୋତ କିମ୍ବା ପାରା ଶାବକ ହୋଇଥିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 1:14
10 Iomraidhean Croise  

ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”


ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”


ତହିଁ ଉତ୍ତାରେ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।


ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;


ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,


ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ।


କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


Lean sinn:

Sanasan


Sanasan